ରାଜ୍ୟରେ ପୁଣି ବଢ଼ିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୩୩୪ ଜଣ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୭

Advertisment
ରାଜ୍ୟରେ ପୁଣି ବଢ଼ିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୩୩୪ ଜଣ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୭

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୮ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ମଙ୍ଗଳବାର ଦିନ ୩୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୩୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୩୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୭୦ ଜଣ, ଜଗତସିଂହପୁରରୁ ୬ ଜଣ, ଯାଜପୁରରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୭, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟପୁଲରୁ ୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୧, ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୦, ୨୪୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୯୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe