ରାଜ୍ୟରେ ୩୩୭୧ ନୂଆ କରୋନା ଆକ୍ରାନ୍ତ, ୪୮ ମୃତ

ଭୁବନେଶ୍ୱର: ପୁଣି ୩ ହଜାର ଉପରକୁ ଉଠିଯାଇଛି ରାଜ୍ୟର ଦୈନିକ ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୩୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୩ ଜଣ, ବାଲେଶ୍ୱରରୁ ୨୫୮ ଜଣ, ବରଗଡ଼ରୁ ୩୫ ଜଣ, ଭଦ୍ରକରୁ ୧୭୬ ଜଣ, ବଲାଙ୍ଗୀରରୁ ୧୨ ଜଣ, ବୌଦ୍ଧରୁ ୧୯ ଜଣ, କଟକରୁ ୪୬୮ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫୮ ଜଣ, ଗଜପତିରୁ ୧୨ ଜଣ, ଗଞ୍ଜାମରୁ ୨୧ ଜଣ, ଜଗତସିଂହପୁରରୁ ୧୩୫ ଜଣ, ଯାଜପୁରରୁ ୨୧୦ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୨୯ ଜଣ, କେନ୍ଦ୍ରାପଡ଼ାରୁ ୨୧୯ ଜଣ, କେନ୍ଦୁଝରରୁ ୭୦ ଜଣ, କୋରାପୁଟରୁ ୫୨ ଜଣ, ମାଲକାନଗିରିରୁ ୮୦ ଜଣ, ମୟୁରଭଞ୍ଜରୁ ୨୨୨ ଜଣ, ନବରଙ୍ଗପୁରରୁ ୩୪ ଜଣ, ନୟାଗଡ଼ରୁ ୧୩୫ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୯୩ ଜଣ, ରାୟଗଡ଼ାରୁ ୫୯ ଜଣ, ସମ୍ୱଲପୁରରୁ ୨୮ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୭୨ ଓ ଷ୍ଟେଟ ପୁଲରୁ ୯୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୯୦୯୮୦୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮୭୪୩୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୧୪୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୩୫୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୮ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ରାଜ୍ୟରେ ମୃତ୍ୟୁବରଣ କରିଥିବା ୪୮ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ରହିଛନ୍ତି । ଏହି ୭ ଜଣଙ୍କ ମଧ୍ୟରୁ କେବଳ ଭୁବନେଶ୍ବରରୁ ୫ ଜଣ ରହିଛନ୍ତି । ସେହିପରି ନୟାଗଡ଼ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୪ ହଜାର ଟପିଯାଇଛି ।

 

ସମ୍ବନ୍ଧିତ ଖବର