ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଯାଜପୁର ଜିଲ୍ଲାରୁ ସର୍ବାଧିକ ୫୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩୨ ଜଣ, ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧ ଜିଲ୍ଲାରୁ ୩, କଟକରୁ ୫ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୨୭, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୫୨ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, ଖୋର୍ଦ୍ଧାରୁ ୨୫ ଜଣ, କୋରାପୁଟରୁ ୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୬ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୨୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୩୯ ଜଣ ଓ ଷ୍ଟେଟ ପୁଲରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୪, ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୧, ୮୪୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩,୩୭୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।