ଭୁବନେଶ୍ବର: ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଗଠନ ନିଷ୍ପତ୍ତି ନେଇଛନ୍ତି ସରକାର। ଏଣେ ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନୂତନ ପୌର ପରିଷଦ ହେଲା ବୌଦ୍ଧଗଡ଼, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର ଓ ଆସ୍କା।
ଏଣେ ଅନୁଗୁଳ ଜିଲ୍ଲାର ପାଲଲହଡ଼ା, ଛେଣ୍ଡିପଦା, ବାଲେଶ୍ବର ଜିଲ୍ଲାର ବସ୍ତା ଓ ସିମୁଳିଆ,ବରଗଡ଼ ଜିଲ୍ଲାର ପାଇକମାଳ, ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡ଼ା, ବଲାଙ୍ଗୀର ଜିଲ୍ଲାର ବେଲପଡ଼ା ଓ ସଇଁତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡ଼ା ଜିଲ୍ଲାର ସିନାପାଲି, ରାୟଗଡ଼ା ଜିଲ୍ଲାର ଚାନ୍ଦିଲି, ମୁନିଗୁଡ଼ା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ଼ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ଼ ଓ କୁକୁଡ଼ାଖଣ୍ଡି, ନୟାଗଡ଼ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡ଼ମ୍ବା, ନରସିଂହପୁର ଓ ନିଆଳି, ମୟୂରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବେ ଘୋଷଣା କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/02/a373e109-74d4-4937-a303-dca23043e9c7.jpeg)