୫୦ ଶିଶୁ ଓ କିଶୋରଙ୍କ ସମେତ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ

Advertisment
୫୦ ଶିଶୁ ଓ କିଶୋରଙ୍କ ସମେତ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୪୩ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, ଖୋର୍ଦ୍ଧାରୁ ୧୪୯ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ଷ୍ଟେଟ ପୁଲରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୪୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୨ ହଜାର ୨୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୮୨୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe