ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିଛି। କିଛି ଦିନ ପରେ ଆଜି ଏହା ୩ ଶହ ଉପରେ ରହିଛି। ଗତକାଲି ୨୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଦୈନିକ କରୋନା ସଂକ୍ରମଣ ୮୦ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 24th August
New Positive Cases: 355
Of which 0-18 years: 80
In quarantine: 208
Local contacts: 147(Details of local contacts will be shared by concerned District)
1. Angul: 1
2. Balasore: 7
3. Bargarh: 12
4. Bhadrak: 2
5. Balangir: 25
6. Boudh: 28— I & PR Department, Odisha (@IPR_Odisha) August 25, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ବର ଜିଲ୍ଲାରୁ ୭, ବରଗଡ଼ରୁ ୧୨, ଭଦ୍ରକରୁ ୨, ବଲାଙ୍ଗୀରରୁ ୨୫ ଜଣ, ବୌଦ୍ଧରୁ ୨୮, କଟକରୁ ୨୨ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧, ଗଜପତିରୁ ୬ ଜଣ, ଗଞ୍ଜାମରୁ ୧, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, କେଉଁଝରରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୬୨, କୋରାପୁଟ ଜିଲ୍ଲାରୁ ୨ ଜଣ, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ାରୁ ୧୧, ପୁରୀରୁ ୪ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୭୮ ଜଣ ଓ ଷ୍ଟେଟପୁଲରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୬, ୧୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୪, ୭୫୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୧୪୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।