ଭୁବନେଶ୍ବର: ଗତକାଲି ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୧୧ଟି ଜିଲ୍ଲାରୁ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୯ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 2nd April
New Positive Cases: 36
Of which 0-18 years: 6
In quarantine: 21
Local contacts: 15(Details of local contacts will be shared by concerned District)
1. Balasore: 2
2. Balangir: 1
3. Deogarh: 1
4. Gajapati: 2
5. Jagatsinghpur: 1
6. Jajpur: 2— I & PR Department, Odisha (@IPR_Odisha) April 3, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୭୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮,୨୩୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୩୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।