ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
8. Puri: 1
9. Sambalpur: 4
10. Sundargarh: 11
11. State Pool: 1New recoveries: 33
Cumulative tested: 33843598
Positive: 1336169
Recovered: 1326654
Active cases: 259— I & PR Department, Odisha (@IPR_Odisha) November 1, 2022
ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରରୁ ୧, କଟକରୁ ୫ ଜଣ, ଦେବଗଡ଼ରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୮, କେରାପୁଟରୁ ୧, ନୂଆପଡ଼ାରୁ ୨, ପୁରୀରୁ ୧, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୧୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୬୫୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୫୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।