ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 28th March
New Positive Cases: 37
Of which 0-18 years: 9
In quarantine: 22
Local contacts: 15(Details of local contacts will be shared by concerned District)
1. Balasore: 3
2. Balangir: 1
3. Cuttack: 1
4. Dhenkanal: 1
5. Gajapati: 6
6. Ganjam: 1— I & PR Department, Odisha (@IPR_Odisha) March 29, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୬, ଗଞ୍ଜାମରୁ ୧ ଜଣ, ଯାଜପୁରରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୫୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୯୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୦୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।