ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ: ଏକ ମାସ ମଧ୍ୟରେ ୩୭ ଅଧିକାରୀ ବରଖାସ୍ତ

୫ ପ୍ରଧାନଶିକ୍ଷକ, ୪ ଇଞ୍ଜିନିୟରଙ୍କ ସମେତ ୧୬ ଅଧିକାରୀ ବରଖାସ୍ତ

ଭୁବନେଶ୍ୱର: ଦୁର୍ନୀତି ବିକାଶର ସବୁଠାରୁ ବଡ଼ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୁଦ୍ଧରେ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି। ତେଣୁ ଦୁର୍ନୀତି ବିରୁଦ୍ଧରେ ତାଙ୍କର କଡ଼ା କାର୍ଯ୍ୟାନୁଷ୍ଠାନ ଅଂଶ ସ୍ୱରୂପ ମୁଖ୍ୟମନ୍ତ୍ରୀ ଆଜି ୧୬ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ଏମାନଙ୍କ ମଧ୍ୟରେ ୫ ଜଣ ପ୍ରଧାନଶିକ୍ଷକ, ୪ ଜଣ ଇଂଜିନିୟର, ୨ ଜଣ ରାଜସ୍ୱ ନୀରିକ୍ଷକ, ଜଣେ ଫାର୍ମାସିଷ୍ଟ, ଜଣେ ଅମୀନ, ଜଣେ ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ୨ ଜଣ କିରାଣୀ ଅନ୍ତର୍ଭୁକ୍ତ। ଏହିସବୁ ସରକାରୀ  ଅଧିକାରୀ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ଗତ ଏକ ମାସ ମଧ୍ୟରେ ୩୭ ଜଣ ସରକାରୀ କର୍ମଚାରୀ ଦୁର୍ନୀତି ଅଭିଯୋଗରେ ବରଖାସ୍ତ କରିବା ସହିତ ୬ ଜଣଙ୍କ ପେନ୍‌ସନ୍‌ ବନ୍ଦ କରିଛନ୍ତି।

ସମ୍ବନ୍ଧିତ ଖବର