ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 29th October
New Positive Cases: 374
Of which 0-18 years: 65
In quarantine: 218
Local contacts: 156(Details of local contacts will be shared by concerned District)
1. Angul: 6
2. Balasore: 14
3. Bargarh: 4
4. Bhadrak: 6
5. Balangir: 1
6. Cuttack: 17— I & PR Department, Odisha (@IPR_Odisha) October 30, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୬ ଜଣ, ବରଗଡ଼ରୁ ୪ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୧୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୫ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୮୨ ଜଣ, ମୟୂରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୭ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୦ ହଜାର ୯୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୮ ହଜାର ୨୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୩୮୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।