ରାଜ୍ୟରେ ଆଉ ୩୯ ଜଣ କରୋନା ଆକ୍ରାନ୍ତ ମୃତ, ଖୋର୍ଦ୍ଧାରୁ ସର୍ବାଧିକ ୬ 

ଭୁବନେଶ୍ବର :  ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୯ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୪୭୧କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯ଼ାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି  ଏହାକୁ ମିଶାଇ ଜିଲ୍ଲାରେ ମୋଟ ମୃତ୍ୟୁସଂଖ୍ୟା ୫୫୪କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼, ପୁରୀ, ଝାରସୁଗୁଡ଼ା ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମ, ଜଗତସିଂହପୁର ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ବୌଦ୍ଧ ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବରଗଡ଼, ଢେଙ୍କାନାଳ, ନବରଂଗପୁର, ନୂଆପଡ଼ା ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ସୂଚନାଯ଼ୋଗ୍ୟ ଯ଼େ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୬୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର