ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗରୁତ୍ବପୂର୍ଣ୍ଣ ବୈଠକ ଆଜି

Advertisment
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗରୁତ୍ବପୂର୍ଣ୍ଣ ବୈଠକ ଆଜି

ଭୁବନେଶ୍ବର: ଆଜି ରାତି ୮ଟା ୩୦ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ରାଜ୍ୟ ବଜେଟ ଆସିବା ପୂର୍ବରୁ କ୍ୟାବିନେଟ ବୈଠକ ବସୁଥିବା ବେଳେ ଏହା ବେଶ ଗରୁତ୍ବପୂର୍ଣ୍ଣ ରହିବ। କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ୪ରୁ ୫ଟି ଏଜେଣ୍ଡା ଉପରେ ମୋହର ବାଜିବା ନେଇ ଆଶା କରଯାଉଛି।

ତେବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏହା ହେବ ତୃତୀୟ କ୍ୟାବିନେଟ ବୈଠକ। ପୂର୍ବରୁ ଦୁଇଟି କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ମୋହନ ଚରଣ ମାଝୀ। ଏହି ଦୁଇଟି ବୈଠକରେ ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ନିଷ୍ପତ୍ତି ନିଆଯାଇଛି। ବିଧାନସଭା ଚାଲୁଥିବା ସମୟରେ କ୍ୟାବିନେଟ ବୈଠକ ବସୁଥିବାରୁ ଏହା ବେଶ ଗୁରୁତ୍ବପୂର୍ଣ୍ଣ। କ୍ୟାବିନେଟରେ କଣ ନିଷ୍ପତ୍ତି ହେଲା ସେନେଇ ମୁଖ୍ୟମନ୍ତ୍ରୀ କିମ୍ବା ସଂସଦୀୟ ବ୍ୟାପାର ମନ୍ତ୍ରୀ ଆସନ୍ତାକାଲି ବିଧାନସଭାରେ ବିସ୍ତୃତ ସୂଚନା ଦେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe