୨୫ରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ: ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ସିଆରପିଏଫ ଏବଂ କମିସନରେଟ୍ ପୁଲିସ୍‌ ପକ୍ଷରୁ ଫ୍ଲାଗମାର୍ଚ୍ଚ

୨୫ରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ: ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ସିଆରପିଏଫ ଏବଂ କମିସନରେଟ୍ ପୁଲିସ୍‌ ପକ୍ଷରୁ ଫ୍ଲାଗମାର୍ଚ୍ଚ

ଭୁବନେଶ୍ବର: ମେ’୨୫ରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେବ। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଏହି ପର୍ଯ୍ୟାୟରେ ମତଦାନ କରାଯିବ। ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସିଆରପିଏଫ ଏବଂ କମିସନରେଟ୍ ପୁଲିସ୍‌ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି।

କେଦାରନାଥପଲ୍ଲୀରେ ଫ୍ଲାଗମାର୍ଚ୍ଚ କରାଯାଇଛି । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ ବସ୍ତି ଅଞ୍ଚଳରେ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଫ୍ଲାଗମାର୍ଚ୍ଚ କରାଯାଇଛି ବୋଲି କମିସନରେଟ ପୁଲିସ୍ କହିଛି।

ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ଭାବରେ କରିବା ପାଇଁ ଜନସାଧାରଣଙ୍କୁ ପୁଲିସ୍ ପକ୍ଷରୁ ସଚେତନ କରାଯାଇଛି। ଏକାଧିକ ବ୍ୟକ୍ତି ଗୋଟିଏ ଜାଗାରେ ଏକାଠି ନ ହେବା ପାଇଁ କୁହାଯାଇଛି। ଅପରାଧିକ କାର୍ଯ୍ୟକଳାପରୁ ଦୂରେଇ ରହିବା ପାଇଁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe