ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ଭିତରେ ଝାରସୁଗୁଡ଼ା ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ, କେନ୍ଦୁଝର ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଅଛନ୍ତି। ଅପରପକ୍ଷରେ ଦୁଇଜଣ ସୁନ୍ଦରଗଡ଼ ଜିଲ୍ଲାର ଅଛନ୍ତି। ଏମାନଙ୍କ ଭିତରୁ ଜଣେ ୫୩ ବର୍ଷ ବୟସ୍କ ପୁରୁଷ ଓ ଆରଜଣକ ୫୦ ବର୍ଷୀୟା ମହିଳା ଥିବାର ସୂଚନା ରହିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

publive-image

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୪୪୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୨୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୮୭୧ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ରହିଛି।
ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୮୭, ବାଲେଶ୍ବରରୁ ୧୨୩, ବରଗଡ଼ରୁ ୧୭୮, ଭଦ୍ରକରୁ ୪୩, ବଲାଙ୍ଗୀରରୁ ୧୬୮, ବୌଦ୍ଧରୁ ୨୧, କଟକରୁ ୨୫୧, ଦେବଗଡ଼ରୁ ୩୫, ଢେଙ୍କାନାଳରୁ ୨୦, ଗଜପତିରୁ ୧୦, ଗଞ୍ଜାମରୁ ୬୨, ଜଗତ୍ସିଂହପୁରରୁ ୩୩, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୨୩୧, କଳାହାଣ୍ଡିରୁ ୨୭୩, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୩୫, କେନ୍ଦୁଝରରୁ ୭୫, ଖୋର୍ଦ୍ଧାରୁ ୫୮୭, କୋରାପୁଟ୍ରୁ ୨୧, ମାଲକାନଗିରିରୁ ୯, ମୟୂରଭଞ୍ଜରରୁ ୧୦୦, ନବରଙ୍ଗପୁରରୁ ୧୨୭, ନୟାଗଡ଼ରୁ ୫୦, ନୂଆପଡ଼ାରୁ ୪୩୭, ପୁରୀରୁ ୨୧୯, ରାୟଗଡ଼ାରୁ ୫୩, ସମ୍ବଲପୁରରୁ ୨୪୧, ସୋନପୁରରୁ ୨୨, ଓ ଷ୍ଟେଟ୍ପୁଲ୍ରୁ ୧୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୭୨ହଜାର ୭୦୩ରେ ପହଞ୍ଚିଛି। ସେଥିମଧ୍ୟରୁ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୬ହଜାର ୧୩୪ ସକ୍ରିୟ ଅଛନ୍ତି। ଏବେ ୨୪ ହଜାର ୫୬୮ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।