୪ ମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରବେଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିରେ ଶପଥ ନେଇଥିବା ମନ୍ତ୍ରୀମାନଙ୍କ ମଧ୍ୟରୁ ୪ ଜଣ ମନ୍ତ୍ରୀ ଆଜି ସଚିବାଳୟ ପ୍ରକୋଷ୍ଠରେ ପୂଜାର୍ଚ୍ଚନା କରି କାର୍ଯ୍ୟ ଆରମ୍ଭ କରିଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ପର୍ଯ୍ୟଟନ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ କ୍ରୀଡ଼ା ଓ ଯୁବ ବ୍ୟାପାର ତଥା ସୂଚନା ଓ ପ୍ରଯୁକ୍ତି ବିଦ୍ୟା ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା କାର୍ଯ୍ୟ ଆରମ୍ଭ କରିଛନ୍ତି।

ସମ୍ବନ୍ଧିତ ଖବର