ଭୁବନେଶ୍ବର: ଗତକାଲି ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୮ଟି ଜିଲ୍ଲାରୁ ୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଗତକାଲି ରାଜ୍ୟର ମାତ୍ର ୧୦ ଜିଲ୍ଲାରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନଥିଲା। ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

publive-image unicef

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୨୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ଗଜପତିରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଓ ସମ୍ବଲପୁରରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୭୦୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୧୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୬୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।