ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ବର :  ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯ଼ାଇଛି ।

କଟକ ଓ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କୋରାପୁଟ, ମୟୁରଭଞ୍ଜ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି ।  ଅନ୍ୟପକ୍ଷରେ ଗଞ୍ଜାମ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗୀର, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି ।

ସୂଚନାଯ଼ୋଗ୍ୟ ଯ଼େ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୫୭୭  ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସମ୍ବନ୍ଧିତ ଖବର