ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତକାଲି ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଚିହ୍ନଟ ହୋଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ଭଦ୍ରକ ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨ ଜଣ, ପୁରୀ ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଓ ଷ୍ଟେଟପୁଲରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୭୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୮୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
Follow Us