ଗତ ୨୪ ଘଣ୍ଟାରେ ରାଜ୍ୟରେ ନୂତନ ୪୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୫ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୧ ଜଣ ସଂଗ‌ରୋଧ କେନ୍ଦ୍ରରୁ ଥିବା ବେଳେ ୧୭୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ ହଜାର ୭୨୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୧ ହଜାର ୨୫୬ ଜଣ। ଏବେ ବି ସକ୍ରିୟ ଅଛନ୍ତି ୫ହଜାର ୬୭୭ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲା ରୁ ୨୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୯ଜଣ, ବରଗଡ଼ରୁ ୭, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୧୫ଜଣ, କଟକରୁ ୨୫ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୭ ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୭ଜଣ, ଜଗତ୍‌ସିଂହପୁରରୁ ୧୬ ଜଣ, ଯାଜପୁରରୁ ୨୦ଜଣ, ଝାରସୁଗୁଡ଼ାରୁ ୧୪ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୧୯ଜଣ, କେନ୍ଦୁଝରରୁ ୧୯ ଜଣ, ଖୋର୍ଦ୍ଧାରୁ ୨୩ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୩ ଜଣ, ମୟୂରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୭ଜଣ, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧୭, ସମ୍ବଲପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୫ ଜଣ ଚିହ୍ନଟ ହୋଇଛନ୍ତି।

ଏପଟେ କରୋନା ହେତୁ ରାଜ୍ୟରେ ପୁଣି ୫ଜଣଙ୍କର ମୃତ୍ୟୁ ଘଟିଛି।

 

ସମ୍ବନ୍ଧିତ ଖବର