ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
୧୮ ଜିଲ୍ଲାରୁ ଏହି ୪୨ ଜଣଙ୍କ ମୃତ୍ୟୁ ଖବର ଆସିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫କୁ ବୃଦ୍ଧି ପାଇଛି।
ସୁନ୍ଦରଗଡ଼ ତଳକୁ ରହିଛନ୍ତି କଳାହାଣ୍ଡି ଓ କଟକ । ଏହି ଦୁଇଟି ଜିଲ୍ଲାରେ ୪ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ବୌଦ୍ଧ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରେ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଅନ୍ୟପକ୍ଷରେ ରାୟଗଡ଼ା, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଗଜପତି, ଦେବଗଡ଼, ବଲାଙ୍ଗୀର, ବାଲେଶ୍ବର ଓ ଅନୁଗୁଳ ଜିଲ୍ଲାରେ ୨ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ବରଗଡ଼, ଭଦ୍ରକ, ଗଂଜାମ, ପୁରୀରେ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।