ମୟୂରଭଞ୍ଜ ପାଇଁ ୪୨୦ କୋଟିର ପ୍ରକଳ୍ପ: ପ୍ରତ୍ୟେକ ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ଲକ୍ଷ୍ୟ

Advertisment

୨୦୩୬ ସୁଦ୍ଧା ରାଜ୍ୟର ସାମଗ୍ରିକ ବିକାଶ ପାଇଁ ୩୬ଟି କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଏହାକୁ କୁହାଯାଉଛି ‘୩୬ ପାଇଁ ୩୬’। ଓଡ଼ିଶାର ସାଢ଼େ ୪ କୋଟି ଲୋକଙ୍କ ଉଦ୍ୟମରେ ଆମେ ସମୃଦ୍ଧ ତଥା ସ୍ବପ୍ନର ଓଡ଼ିଶା ଗଢ଼ିବୁ ବୋଲି ମୟୂରଭଞ୍ଜ ଗସ୍ତର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

୨୦୩୬ ସୁଦ୍ଧା ରାଜ୍ୟର ସାମଗ୍ରିକ ବିକାଶ ପାଇଁ ୩୬ଟି କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଏହାକୁ କୁହାଯାଉଛି ‘୩୬ ପାଇଁ ୩୬’। ଓଡ଼ିଶାର ସାଢ଼େ ୪ କୋଟି ଲୋକଙ୍କ ଉଦ୍ୟମରେ ଆମେ ସମୃଦ୍ଧ ତଥା ସ୍ବପ୍ନର ଓଡ଼ିଶା ଗଢ଼ିବୁ ବୋଲି ମୟୂରଭଞ୍ଜ ଗସ୍ତର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

fgfgcbb

ରାଇରଙ୍ଗପୁର/ବିଶୋଇ: ୨୦୩୬ ସୁଦ୍ଧା ରାଜ୍ୟର ସାମଗ୍ରିକ ବିକାଶ ପାଇଁ ୩୬ଟି କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଏହାକୁ କୁହାଯାଉଛି ‘୩୬ ପାଇଁ ୩୬’। ଓଡ଼ିଶାର ସାଢ଼େ ୪ କୋଟି ଲୋକଙ୍କ ଉଦ୍ୟମରେ ଆମେ ସମୃଦ୍ଧ ତଥା ସ୍ବପ୍ନର ଓଡ଼ିଶା ଗଢ଼ିବୁ ବୋଲି ମୟୂରଭଞ୍ଜ ଗସ୍ତର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ଅବସରରେ ୪୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବିଶୋଇ ବ୍ଲକ୍‌ ସଦର ମହକୁମାଠାରେ ଏକ ନୂତନ +୨ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ଥାପନ କରିବା ଏବଂ ଏଠାକାର ମିନି ଷ୍ଟାଡିୟମ୍‌କୁ ଧରଣୀଧର ନାଏକଙ୍କ ନାମରେ ନାମିତ କରିବା ପାଇଁ ସେ ଘୋଷଣା କରିଛନ୍ତି। 

 ବିଶୋଇ ମିନି ଷ୍ଟାଡିୟମ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୩୨୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ୧୩୩ଟି ପ୍ରକଳ୍ପର ଉଦ୍‍ଘାଟନ ଏବଂ ୯୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ୫୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ମୟୂରଭଞ୍ଜ ଜିଲ୍ଲାର ବିକାଶ ଯାତ୍ରାରେ ଏସବୁ ପ୍ରକଳ୍ପଗୁଡ଼ିକ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିଲା। ସେ କହିଥିଲେ, ଗତ ୧୧ମାସର କାର୍ଯ୍ୟକାଳ ମଧ୍ୟରେ ତାଙ୍କ ସରକାର ଓଡ଼ିଶା ଜନସାଧାରଣଙ୍କ ଆଶା ଆକାଂକ୍ଷାକୁ ପୂରଣ କରିପାରିଛି। ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା ସହିତ ସୁଭଦ୍ରା ଯୋଜନା ଭଳି ଯୁଗାନ୍ତକାରୀ ପଦକ୍ଷେପ ନିଆଯାଇଛି। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି କରଯାଇଛି। ରାଜ୍ୟର ୧୭ ଲକ୍ଷ ମହିଳା ଆଜି ‘ଲକ୍ଷପତି ଦିଦି’ ହୋଇପାରିଛନ୍ତି। ଚାଷୀଙ୍କ ପାଇଁ ଆମେ ‘ସିଏମ୍‍ କିଷାନ ଯୋଜନା’ ଆରମ୍ଭ କରିଛୁ।  

୨୦୩୬ ସୁଦ୍ଧା ସ୍ବପ୍ନର ଓଡ଼ିଶା ଗଠନ ହେବ: ମୁଖ୍ୟମନ୍ତ୍ରୀ
ମୟୂରଭଞ୍ଜରେ ପ୍ରତିଷ୍ଠା ହେବ ୧୦ ହଜାର କୋଟି ଟଙ୍କାର ଶିଳ୍ପ
ପ୍ରତ୍ୟେକ ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ଲକ୍ଷ୍ୟ

ଆମ ସରକାର ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛନ୍ତି। ଉତ୍କର୍ଷ ଓଡ଼ିଶାର ଅପାର ସଫଳତା ଆମ ପାଇଁ ଏହି ନୂଆ ସୁଯୋଗ ଆଣିଛି। ମୟୂରଭଞ୍ଜ ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସମୃଦ୍ଧ ଓଡ଼ିଶାରେ ଆମେ ଶିକ୍ଷା,ସ୍ୱାସ୍ଥ୍ୟ,ଶିଳ୍ପ, ଭିତ୍ତିଭୂମି ଆଦି ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରିବାର ଲକ୍ଷ୍ୟ ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ହିତାଧିକାରୀଙ୍କୁ ମୃତ୍ୟୁ ସହାୟତା ରାଶି, ଶ୍ରମିକଙ୍କୁ କନ୍ୟା ବିବାହ ପ୍ରୋତ୍ସାହନ ରାଶି ଓ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ମୟୂରଭଞ୍ଜ ରାଜ୍ୟସଭା ସାଂସଦ ମମତା ମହାନ୍ତ, ବାଲେଶ୍ବର ଲୋକସଭା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମୟୂରଭଞ୍ଜ ଲୋକସଭା ସାଂସଦ ନବଚରଣ ମାଝୀ, ଉଦଳା ବିଧାୟକ ଭାସ୍କର ଚନ୍ଦ୍ର ମଢ଼େଇ, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ବାରିପଦା ବିଧାୟକ ପ୍ରକାଶ ସୋରେନ ପ୍ରମୁଖ ମଞ୍ଚାସୀନ ଥିଲେ। ସାରସକଣା ବିଧାୟକ ଭାଦବ ହାଁସଦା ସ୍ୱାଗତ ଭାଷଣ ଦେଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe