ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୪୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ବଡ଼ କଥା ଯେ ଲଗାତାର ୮ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟାକୁ ନଜର ପକାଇଲେ ଗତକାଲି ଭଳି ଆଜି ବି ୪୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ୪୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜାନୁଆରି ୨ ତାରିଖରେ ୪୨୪, ଜାନୁଆରି ୧ରେ ୨୯୮, ଡିସେମ୍ବର ୩୧ରେ ୨୨୮, ଡିସେମ୍ବର ୩୦ରେ ୨୨୫, ଡିସେମ୍ବର ୨୯ରେ ୨୨୧, ଡିସେମ୍ବର ୨୮ରେ ୧୫୬ ଓ ଡିସେମ୍ବର ୨୭ରେ ୧୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨୯ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ରୁ ୫ ଜଣ, ବଲାଙ୍ଗୀରୁ ୬ ଜଣ, କଟକରୁ ୬୬ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଞ୍ଜାମରୁ ୩ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୧୪ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୫୧ ଜଣ, ମାଲକାନଗିରିରୁ ୨ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୨ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟ ପୁଲରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୫ ହଜାର ୯୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୫ ହଜାର ୧୦୯ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।