ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୫ ଜଣ, ଭଦ୍ରକରୁ ୧୧ ଜଣ, କଟକରୁ ୪୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୪ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୧୧ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୮ ହଜାର ୮୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୯୧୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।