ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୧୦ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଗୁରୁବାର ଦିନ ୪୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୦୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୪୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୭୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୪୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨୨ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୫ ଜଣ, କଟକରୁ ୮୮ ଜଣ, ଦେବଗଡ଼ରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୬ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୩, କୋରାପୁଟ ଜିଲ୍ଲାରୁ ୧ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟପୁଲରୁ ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୧, ୯୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୦, ୫୩୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୨୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।