ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୪୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 27th March
New Positive Cases: 43
Of which 0-18 years: 5
In quarantine: 25
Local contacts: 18(Details of local contacts will be shared by concerned District)
1. Balasore: 1
2. Bargarh: 1
3. Balangir: 2
4. Cuttack: 4
5. Gajapati: 5
6. Ganjam: 1
7. Jajpur: 3— I & PR Department, Odisha (@IPR_Odisha) March 28, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୩ ଜଣ, ଖୋର୍ଦ୍ଧାରୁ ୧୦ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ସମ୍ୱଲପୁର ଜିଲ୍ଲାରୁ ୯ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୫୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୯୨୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।