ରାଜ୍ୟରେ ଆଉ ୪୪ ଜଣ କରୋନା ଆକ୍ରାନ୍ତ ମୃତ, ଖୋର୍ଦ୍ଧାରୁ ସର୍ବାଧିକ ୫

ଭୁବନେଶ୍ବର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯ଼ାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି ଏହାକୁ ମିଶାଇ ଜିଲ୍ଲାରେ ମୋଟ ମୃତ୍ୟୁସଂଖ୍ୟା ୫୩୯କୁ ବୃଦ୍ଧି ପାଇଛି । ସେହିପରି କେନ୍ଦୁଝର, କେନ୍ଦ୍ରାପଡ଼ା,ଜଗତସିଂହପୁର, କଟକ, ବରଗଡ଼, ବାଲେଶ୍ବର, ରାୟଗଡ଼ା, ସୁନ୍ଦରଗଡ଼ ଓ ପୁରୀରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଅନ୍ୟପକ୍ଷରେ ଅନୁଗୁଳ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।
ସୂଚନାଯ଼ୋଗ୍ୟ ଯ଼େ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୩୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୪୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର