ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
New recoveries: 562
Cumulative tested: 21061157
Positive: 1035077
Recovered: 1021742
Active cases: 4997— I & PR Department, Odisha (@IPR_Odisha) October 17, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୨୭ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଖୋର୍ଦ୍ଧାରୁ ୨୪୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲରୁ ୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୧ ହଜାର ୭୪୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୯୯୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।