ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୪୭ କରୋନା ପଜିଟିଭ୍ ଚିହ୍ନଟ, ୭୮ ଜଣ ଶିଶୁ ଓ କିଶୋର ସଂକ୍ରମିତ

Advertisment
ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୪୪୭ କରୋନା ପଜିଟିଭ୍ ଚିହ୍ନଟ, ୭୮ ଜଣ ଶିଶୁ ଓ କିଶୋର ସଂକ୍ରମିତ

The Financial Express

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୬୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୨ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଗଜପତିରୁ ୪ ଜଣ, ଜଗତସିଂହପୁରରୁ ୧୨ ଜଣ, ଯାଜପୁରରୁ ୧୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କୋରାପୁଟରୁ ୨ ଜଣ, ଖୋର୍ଦ୍ଧାରୁ ୧୮୦ ଜଣ, ମାଲକାନଗିରିରୁ ୨ ଜଣ, ମୟୂରଭଞ୍ଜରୁ ୧୭ ଜଣ, ନୟାଗଡ଼ରୁ ୫ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୩୧ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୮ ହଜାର ୪୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୫୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe