ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 19th March
New Positive Cases: 45
Of which 0-18 years: 8
In quarantine: 27
Local contacts: 18(Details of local contacts will be shared by concerned District)
1. Angul: 1
2. Balasore: 4
3. Cuttack: 2
4. Gajapati: 5
5. Ganjam: 11
6. Jajpur: 5— I & PR Department, Odisha (@IPR_Odisha) March 20, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, କଟକରୁ ୨ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧୧, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧାରୁ ୧ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୧ ଜଣ, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ରୁ ୧ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୧୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୩୫୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।