ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ଜଣ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୪୬ ଜଣଙ୍କ ମଧ୍ୟରୁ କ୍ବାରେଣ୍ଟାଇନ କେନ୍ଦ୍ରରୁ ୧୦ଜଣ ଚିହ୍ନଟ ହୋଇଥିବା ବେଳେ ୩୬ଜଣ ସ୍ଥାନୀୟ ସଂକ୍ରମଣ ଶିକାର ହୋଇଛନ୍ତି।
ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ୧୦ଜଣଙ୍କ ମଧ୍ୟରେ ଚନ୍ଦ୍ରଶେଖରପୁର, ଆଇଆରସି ଭିଲେଜ, କଳିଙ୍ଗ ନଗର, ନୟାପଲ୍ଲୀ, ନିଳାଦ୍ରି ବିହାର, ପଟିଆ, ପାତ୍ରପଡ଼ା, ଶୈଳଶ୍ରୀ ବିହାର, ଟଙ୍କପାଣି ରୋଡ ଏବଂ ୟୁନିଟ-୬ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ସ୍ଥାନୀୟ ସଂକ୍ରମଣ ଶିକାର ହୋଇଥିବା ୩୬ଜଣଙ୍କ ମଧ୍ୟରେ ରସୁଲଗଡ଼ ଏବଂ ନୟାପଲ୍ଲୀରୁ ସର୍ବାଧିକ ୪ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା କମ ହେଉଥିବା ସହ ରାଜ୍ୟରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା କମ ହେଉଛି। ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ ହଜାର ୩୨୩ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩ ହଜାର ୮୯୭ ଜଣ। ଏବେ ବି ସକ୍ରିୟ ଅଛନ୍ତି ୭ ହଜାର ୭୪୮ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପଟେ କରୋନାରେ ପୁଣି ୧୭ ଜଣଙ୍କର ମୃତ୍ୟୁ ଘଟିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/corona-updates-21_Thumb.jpg)