୪୭୬ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତିପତ୍ର

ରାଜ୍ୟ ସରକାରଙ୍କ ୭ଟି ବିଭାଗରେ ଆଜି ୪୭୬ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଲୋକସେବା ଭବନରେ ଆୟୋଜିତ ଆୟୋଜିତ ଏକ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି।

gdjdgjgjy

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ୭ଟି ବିଭାଗରେ ଆଜି ୪୭୬ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଲୋକସେବା ଭବନରେ ଆୟୋଜିତ ଆୟୋଜିତ ଏକ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିଭାଗର ୮୨ ଜଣ, ଖାଦ୍ୟ ଯୋଗାଣ  ବିଭାଗର ୩୯ ଜଣ, ଉଚ୍ଚଶିକ୍ଷା ବିଭାଗର ୨୪ ଜଣ, ସ୍ବାସ୍ଥ୍ୟ ବିଭାଗର ୨୩୧ ଜଣ, ସୂଚନା ଓ ଲୋକସଂପର୍କ ବିଭାଗର ୫ ଜଣ, ଯୋଜନା ଓ ସଂଯୋଜନ ବିଭାଗର ୬୧ ଜଣ ଓ ଅନୁସୂଚିତ ଜନଜାତି ଓ ଜାତି ବିଭାଗର ୩୪ ଜଣ ରହିଛନ୍ତି। ତହିଁରୁ ଗ୍ରୁପ-ଏ ବର୍ଗର ୯୮ ଜଣ ଅଧିକାରୀ, ଗ୍ରୁପ-ବି ବର୍ଗର ୧୩୦ ଜଣ ଅଧିକାରୀ ଓ ଗ୍ରୁପ-ସି ବର୍ଗର ୨୪୮ ଜଣ କର୍ମଚାରୀ ଅଛନ୍ତି। 

ସମସ୍ତଙ୍କୁ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ
ଆସନ୍ତା ୫ବର୍ଷରେ ଦେଢ଼ ଲକ୍ଷ ସରକାରୀ ନିଯୁକ୍ତି

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ପୂର୍ବ ସରକାର, ସରକାରୀ ଚାକିରିରେ ପଦବି ପୂରଣ ଓ ଆତ୍ମନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଆଖିଦୃଶିଆ ପଦକ୍ଷେପ ନେବାରେ ବିଫଳ ହୋଇଥିଲେ। ଆଗାମୀ ୫ ବର୍ଷ ମଧ୍ୟରେ ଦେଢ଼ ଲକ୍ଷ ସରକାରୀ ପଦବି ପୂରଣ ପାଇଁ ନୂଆ ସରକାର ନିଷ୍ପତ୍ତି ନେଇଛନ୍ତି। ଆଜି ଏହାର ମୂଳଦୁଆ ପଡ଼ିଛି। ଏଣିକି ସବୁ ଚୟନ ପଦ୍ଧତି ମେରିଟ୍ ବା ଯୋଗ୍ୟତା ଆଧାରରେ ହେବ। ଏହାସହ ଶିଳ୍ପ କ୍ଷେତ୍ରରେ ୩.୫୦ ଲକ୍ଷ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ପଦକ୍ଷେପ ନିଆଯାଉଛି। ନୂତନ ଭାବେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ କର୍ମ କ୍ଷେତ୍ରରେ କର୍ତ୍ତବ୍ୟ ପରାୟଣତା, ସମୟାନୁବର୍ତ୍ତିତା, ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦେବା ସହିତ ଲୋକଙ୍କ ଅଭିଯୋଗ ଶୁଣାଣିକୁ ପ୍ରାଥମିକତା ଦେଇ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ। ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ସ୍ୱାଗତ ଭାଷଣ ଦେଇଥିଲେ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe