ପୁଣି ରାଜ୍ୟରେ ବଢ଼ିଲା ଦୈନିକ କରୋନା ସଂକ୍ରମଣ: ୧୧୪ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପୁଣି ବଢ଼ିଛି। ତେବେ ଏହା ୫ ଶହ ତଳେ ରହିଛି। ଗତକାଲି ୪୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୪୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୮ ଜଣ, ବରଗଡ଼ରୁ ୨୨, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ ଜଣ, ବୌଦ୍ଧରୁ ୪୦ ଜଣ, କଟକରୁ ୧୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୩, ଗଜପତିରୁ ୫ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୬୬, କୋରାପୁଟ ଜିଲ୍ଲାରୁ ୬ ଜଣ, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ ଜିଲ୍ଲାରୁ ୯ ଜଣ, ନୂଆପଡ଼ାରୁ ୭, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ବଲପୁରରୁ ୨୬ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୦୫ ଜଣ ଓ ଷ୍ଟେଟପୁଲରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୨, ୬୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୯, ୬୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୭୮୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର