ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ, ୪ଦିନ ବର୍ଷା

Advertisment
୨୦୨୧ ଅକ୍ଟୋବର ମାସର ବୃଷ୍ଟିପାତ ୧୨୦ ବର୍ଷରେ ସର୍ବାଧିକ: ପାଣିପାଗ ବିଭାଗ

Onmanorama

ଭୁବନେଶ୍ବର: ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା‌ରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ଫଳରେ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ଯୋଗୁଁ କିଛି ସ୍ଥାନରେ ତଥା ତଳିଆ ଅଞ୍ଚଳରେ ସାମୟିକ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ଚାଷ ଜମିଗୁଡ଼ିକରୁ ଅଧିକ ବର୍ଷାଜଳ ନିଷ୍କାସନର ଆବଶ୍ୟକତା ପଡ଼ିପାରେ। ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ଅନୁଗୁଳ, ଡେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଧା ଓ ସମ୍ବଲପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe