ସର୍ବନିମ୍ନ ସଂକ୍ରମଣ: ରାଜ୍ୟର ୪ଟି ଜିଲ୍ଲାରୁ ୫ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୪ଟି ଜିଲ୍ଲାରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଯାଜପୁର ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, ଯାଜପୁରରୁ ୨ ଜଣ, ଓ ସମ୍ବଲପୁରରୁ ୧ ଜଣ, କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୭୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮,୨୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୯୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର