ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆଗୁଆ ସତର୍କ ସୂଚନା ଜାରି କରିଛି । ରାତି ୮ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି। ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ମୟୁରଭଞ୍ଜ ଓ କେନ୍ଦୁଝର ଭଳି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।

ସେହିପରି ରାଜ୍ୟର କିଛି ସ୍ଥାନରେ ମଧ୍ୟ ବର୍ଷା ମଧ୍ୟ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ରାଜ୍ୟର ୫ଟି ସ୍ଥାନରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।

ସମ୍ବନ୍ଧିତ ଖବର