କିଭଳି କାର୍ଯ୍ୟକାରୀ ହେବ ୫-ଟି ସ୍କୁଲ; ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ ଓ ସରପଞ୍ଚଙ୍କ ସହ ଆଲୋଚନା କଲେ ସଚିବ

‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ

odishabytes.com

ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା ଇ-ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ ରୁମ୍‌ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି। ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩ଟି ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏ ପରିପେକ୍ଷୀରେ ୫-ଟି ସଚିବ ଭିକେ ପାଣ୍ଡିଆନ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ଗଂଜାମ, ବରଗଡ, କେନ୍ଦୁଝର, କଟକ, ମୟୂରଭଞ୍ଜ, ମାଲକାନଗିରି, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲ୍ଲାର ୧୦୧ଟି ବ୍ଲକର ଓ ୨ଟି ମୁନିସିପାଲିଟି କର୍ପୋରେସନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଁଜଳି ଶେରଗଡରୁ ୨୦୨୧ ମସିହାରୁ ଆରମ୍ଭ ହୋଇଥିଲା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ। ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ ୬୮୮୩ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ ୧୭୭୧ ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୁଡ଼ାନ୍ତ ରୂପ ଦେବ। ରାଜ୍ୟର ସମସ୍ତ ୮୬୫୪ଟି ହାଇସ୍କୁଲର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହେବା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରଛାତ୍ରୀ ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe