ଓଡ଼ିଶାରେ ପହଞ୍ଚିଲା ୫୦ ହଜାର ଓମିସିଓର କିଟ୍

Advertisment
ଓଡ଼ିଶାରେ ପହଞ୍ଚିଲା ୫୦ ହଜାର ଓମିସିଓର କିଟ୍

Photo-economics times

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି | ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଆଜି ଓଡ଼ିଶାରେ ୫୦ ହଜାର ଓମିସିଓର କିଟ୍ ପହଞ୍ଚିଛି | ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ୫୦ ହଜାର ଓମିସିଓର କିଟକୁ ଆରଏମଆରସିକୁ ଦିଆଯାଇଛି | ଓମିସିଓର କିଟ୍ ପହଞ୍ଚିବା ପରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ ଓମିସିଓର କିଟ ପହଞ୍ଚିବା ପରେ ଡ୍ରାଏ ରନ ଚାଲିଛି। ଠିକ ଅଛି ନା ନାହିଁ ଟେଷ୍ଟ କରାଯାଉଛି। ଇଣ୍ଟରନାଲ ଷ୍ଟଡ଼ି ପାଇଁ ବ୍ୟବହାର କରାଯିବ। ଯେଉଁ ଜିଲ୍ଲାରେ ଅଧିକ ସଂକ୍ରମିତ ବାହାରୁଛନ୍ତି ସେହି ଜିଲ୍ଲାକୁ କିଟ୍ ପଠାଯିବ। ସହଜରେ ଓମିକ୍ରନ ଭ୍ୟାରିଆଣ୍ଟ ଚିହ୍ନଟ କରିବାରେ ଏହା ସହାୟକ ହେବ।ପ୍ରାରମ୍ଭିକ ଭାବେ ବ୍ରହ୍ମପୁର, କଟକ, ରାଉରକେଲା, ଭୁବନେଶ୍ୱରରେ ଏହି କିଟ୍ ବ୍ୟବହାର କରାଯିବ।

ସୂଚନା ଥାଉ କି ଟାଟା ଏମଡି ଓଡ଼ିଶାକୁ ଏହି କିଟ ଦେଇଥିବାବେଳେ ଏହାର ବ୍ୟବହାର ଫଳରେ ଆଉ ଜିନମ ସିକ୍ୱେନ୍ସିଂର ଆବଶ୍ୟକତା ପଡିବନି | କିଛି ଦିନ ତଳେ ଓମିକ୍ରନ ସହ ଲଢ଼ିବା ପାଇଁ ଟାଟା ପ୍ରସ୍ତୁତ କରିଥିବା ଟେଷ୍ଟିଂ କିଟ୍ ଓମିସିଓରକୁ ମଞ୍ଜୁରୀ ପ୍ରଦାନ କରିଥିଲା ଆଇସିଏମଆର । ଆଉ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଓମିସିଓର କିଟ କିଣିବା ପାଇଁ ଅର୍ଡର ଦେଇଥିଲା।

ଓଡିଶା ଷ୍ଟେଟ ମେଡିକାଲ କର୍ପୋରେସନ ଲିମିଟେଡ (ଓଏସଏମସିଏଲ) ୫ଲକ୍ଷ ପରୀକ୍ଷା କିଟ୍ ପାଇଁ ପାଇଁ ଟାଟା ଏମଡିକୁ ଅର୍ଡର ଦେଇଥିଲା | ଏହି କିଟ ଆସିବା ଦ୍ବାରା ସ୍ବାସ୍ଥ୍ୟ ବିଭାଗକୁ ଲୋକଙ୍କ ନମୁନା ଜିନୋମ ସିକ୍ୟୁଏନ୍ସିଂ ପାଇଁ ପଠାଇବାକୁ ପଡ଼ିବ ନାହିଁ। ଏହି କିଟ୍ ଦ୍ବାରା ଲୋକେ ଓମିକ୍ରନ ଆକ୍ରାନ୍ତ କି ନାହିଁ ଜଣାପଡ଼ିଯିବ।

ଭାରତରେ ଓମିକ୍ରନ୍ ଭାରିଆଣ୍ଟକୁ ଚିହ୍ନଟ କରିବା ପାଇଁ ବ୍ୟବହୃତ ହେଉଥିବା କିଟ୍ ଆମେରିକାର ଥର୍ମୋ ଫିସର କମ୍ପାନି ବିକଶିତ କରିଛି। ଭାରିଆଣ୍ଟକୁ ଚିହ୍ନିବା ପାଇଁ ଏହା ଏସ ଜିନ୍ ଟାର୍ଗେଟ୍ ଫେଲିଓର ଷ୍ଟ୍ରୋଟେଜି (ଏସଜିଟିଏଫ) ପ୍ରକ୍ରିୟା ବ୍ୟବହାର କରୁଛି। ତେବେ ଆଇସିଏମଆର ଟାଟାର ଯେଉଁ କିଟକୁ ମଞ୍ଜୁରୀ ପ୍ରଦାନ କରିଛି, ତାହାର ସଂପୂର୍ଣ୍ଣ ନାମ ଟାଟା ଏମଡି ଚେକ୍ ଆରଟି-ପିସିଆର ଓମିସିଓର ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe