ରାଜ୍ୟରେ ଆଜି ବି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ: ୫୨ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଗତ ୧୪ ଦିନ ଭଳି ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହିଛି। ଗତକାଲି ୫୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୫୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୫ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୧୦ ଜଣ, , ଗଜପତିରୁ ୪ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୧୦ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୦, କୋରାପୁଟ ଜିଲ୍ଲାରୁ ୧ ଜଣ, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୯ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୧୪ ଜଣ, ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୪୯ ଜଣ ଓ ଷ୍ଟେଟପୁଲରୁ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୪, ୫୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୧, ୮୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୫୩୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର