ଦିନକରେ ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ଏଯାବତ୍ ରାଜ୍ୟରେ ସର୍ବାଧିକ

ଗଂଜାମରୁ ୪୩, କେନ୍ଦ୍ରାପଡ଼ାରୁ ୫, ଭଦ୍ରକ ୩

ଭୁବନେଶ୍ୱର: ରାଜ୍ୟରେ ଆଜି ଗୋଟିଏ ଦିନରେ ମୋଟ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ଗଂଜାମ ଜିଲ୍ଲାରୁ ୪୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ସାମିଲ ଅଛନ୍ତି । ଗତକାଲି ଦ୍ୱିତୀୟ ସର୍ବାଧିକ ୩୪ ଜଣ କରୋନା ଆକ୍ରାନ୍ତ (ଗଂଜାମ ଜିଲ୍ଲାରୁ ୨୪ ଜଣ, ମୟୂରଭଂଜରୁ ୪ ଜଣ, ଭୁବନେଶ୍ୱର (ଖୋର୍ଦ୍ଧା ଜିଲ୍ଲା)ରୁ ୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଓ ଜଗତ୍‌ସିଂହପୁର ଜିଲ୍ଲାରୁ ଆଜି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେହିଭଳି ଗତ ଏପ୍ରିଲ ୫ ତାରିଖରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ସୂଚନାଯୋଗ୍ୟ, ରାଜ୍ୟରେ ଗତକାଲି ମଧ୍ୟରାତ୍ରୀ ସୁଦ୍ଧା ୫୨ ହଜାର ୯୭୪ଟି ଆରଟି ପିସିଆର ନମୁନା ପରୀକ୍ଷା ହୋଇଛି । ୧୮ଟି ଜିଲ୍ଲାରୁ ମୋଟ ୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ସର୍ବାଧିକ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଦ୍ୱିତୀୟ ସର୍ବାଧିକ ୫୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ ଜଣ, ଭଦ୍ରକ ଜିଲ୍ଲାରୁ ୨୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ମୟୂରଭଂଜ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର, କଟକ ଓ କଳାହାଣ୍ଡି ଜିଲ୍ଲାରୁ ୨-୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏତଦବ୍ୟତୀତ କୋରାପୁଟ, ଦେବଗଡ଼, ଢେଙ୍କାନାଳ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୨୦୬ ଜଣ ସକ୍ରିୟ ଆକାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । କରୋନା ସଂକ୍ରମଣରେ କେବଳ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛନ୍ତି ।

ସମ୍ବନ୍ଧିତ ଖବର