ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ବରଗଡ଼, ଢେଙ୍କାନାଳରୁ ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ଥିବା ବେଳେ କଟକ, ଯାଜପୁର, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, ଗଞ୍ଜାମ ଓ ଜଗତସିଂହପୁରରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର, କନ୍ଧମାଳ, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଅଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୪୨୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୫୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୨୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଏଣେ ଏଯାବତ୍ ରାଜ୍ୟରେ ମୋଟ୍ ୯,୨୭,୧୮୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୯୪,୧୦୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୮, ୭୩୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର