୫୦୦ ଟପିଲା ରାଜ୍ୟରେ ଦୈନିକ ସଂକ୍ରମଣ, ୫୯ ଜଣ ୧୮ ବର୍ଷରୁ କମ୍ ବୟସର

Advertisment
୫୦୦ ଟପିଲା ରାଜ୍ୟରେ ଦୈନିକ ସଂକ୍ରମଣ, ୫୯ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦୦ ଟପିଛି। ଗତ ୧୨ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶନିବାର ଦିନ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୨ଟି ଜିଲ୍ଲାରୁ ୫୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୮ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୮୯ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩୭, ମାଲକାନଗିରି ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ପୁରୀରୁ ୨୯ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟପୁଲରୁ ୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୨, ୯୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୦, ୯୫୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୭୯୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe