ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି।
ଏହି ୫୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଏହି ୯ ଜଣଙ୍କ ମଧ୍ୟରୁ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା ଜଣାଯାଇଛି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି।
ଅପରପକ୍ଷରେ ବରଗଡ଼, ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ତେଣେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଏବଂ କଟକ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି ଢେଙ୍କାନାଳ, ଭଦ୍ରକ, ‍ବୌଦ୍ଧ, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୯୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୦୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୭୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏଯାବତ୍ ରାଜ୍ୟରେ ୯,୧୯,୦୨୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୮୪,୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୦, ୫୫୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର