ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 20th October
New Positive Cases: 524
Of which 0-18 years: 82
In quarantine: 308
Local contacts: 216(Details of local contacts will be shared by concerned Dist Administration)
1. Angul: 4
2. Balasore: 14
3. Bargarh: 2
4. Bhadrak: 8
5. Balangir: 1— I & PR Department, Odisha (@IPR_Odisha) October 21, 2021
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୬୬ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କନ୍ଧମାଳରୁ ୧ ଜଣ, ଖୋର୍ଦ୍ଧାରୁ ୨୫୪ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୦୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୩ ହଜାର ୮୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୮୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।