ରାଜ୍ୟରେ ଆଜି ୫୩ କରୋନା ପଜିଟିଭ ଚିହ୍ନଟ, ୭ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।


ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪, ବରଗଡ଼ରୁ ୧, ବଲାଙ୍ଗୀରରୁ ୨, କଟକରୁ ୩ ଜଣ, ଦେବଗଡ଼ରୁ ୧, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡିରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୧, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୧, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୧, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୭ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟପୁଲରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୬୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୧୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର