ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୨୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 18th Feb
New Positive Cases: 534
Of which 0-18 years: 147
In quarantine: 310
Local contacts: 224(Details of local contacts will be shared by concerned District)
1. Angul: 11
2. Balasore: 15
3. Bargarh: 8
4. Bhadrak: 6
5. Balangir: 5
6. Boudh: 8— I & PR Department, Odisha (@IPR_Odisha) February 19, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୧ ଜଣ, ବାଲେଶ୍ୱରରୁ ୧୫ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧ ଜିଲ୍ଲାରୁ ୮, କଟକରୁ ୧୫ ଜଣ, ଦେବଗଡ଼ରୁ୨ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୨୪, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୨୬ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେଉଁଝରରୁ ୮ ଜଣ, ଖୋର୍ଦ୍ଧାରୁ ୯୩ ଜଣ, କୋରାପୁଟରୁ ୧୭ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୨୧ ଜଣ, ନୂଆପଡ଼ାରୁ ୧୦ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୩୨ ଜଣ, ସମ୍ୱଲପୁରରୁ ୧୭ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୧୨୧ ଜଣ ଓ ଷ୍ଟେଟ ପୁଲରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୧, ୯୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୬୫, ୮୪୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭,୦୯୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।