ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫ କରୋନା ପଜିଟିଭ ଚିହ୍ନଟ, ୧୦ ଜଣ ୧୮ ବର୍ଷରୁ କମ୍ ବର୍ଗର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫ କରୋନା ପଜିଟିଭ ଚିହ୍ନଟ, ୧୦ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ ଜଣ, କଟକରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଯାଜପୁରରୁ ୫ ଜଣ, ଖୋର୍ଦ୍ଧାରୁ ୬ ଜଣ, କୋରାପୁଟ ଜିଲ୍ଲାରୁ ୧ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ସମ୍ୱଲପୁର ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୩୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୭୫୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe