ଯୁକ୍ତ୨ କଲେଜରେ ନିଯୁକ୍ତ ହେବେ ୫୫୫ ପିଜିଟି

ଭୁବନେଶ୍ୱର : ବେସରକାରୀ ଅନୁଦାନପ୍ରାପ୍ତ ୨୨୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ)ରେ ଖାଲିଥିବା ୫୫୫ ପିଜିଟି ଶିକ୍ଷକ ନିଯୁକ୍ତି ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥୀ ଏସ୍‌ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ପ୍ରବରଣ ଆୟୋଗ (ଏସ୍‌ଏସ୍‌ବି)ର ଅଧ୍ୟକ୍ଷ ପ୍ରଫେସର୍‌ ଦକ୍ଷପ୍ରସାଦ ନନ୍ଦ, ସମ୍ପାଦକ ମଧୁସୂଦନ ମିଶ୍ର, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରଘୁରାମ ଆର୍‌. ଆୟାର, ସ୍ୱତନ୍ତ୍ର ଶାସନ ସଚିବ ଶୁଭଶ୍ରୀ ନନ୍ଦ, ଉପନିର୍ଦ୍ଦେଶକ ଭାଗୀରଥି କାଣ୍ଡିଙ୍କ ସମେତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ। ଏହି ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଏସ୍‌ଏସ୍‌ବି ପକ୍ଷରୁ ଖୁବ୍‌ଶୀଘ୍ର ବିଜ୍ଞାପନ ପ୍ରକାଶ ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ସମ୍ବନ୍ଧିତ ଖବର