ଆଜି ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଲା

Advertisment
ଆଜି ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଲା

ଭୁବନେଶ୍ବର: ଆଜି ରେକର୍ଡସଂଖ୍ୟକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୧୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୪୨୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାପଡ଼ିଛି। ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି। ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି।

ଆଜି ସବୁଠାରୁ ଅଧିକ ୨୮୩ଜଣ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୧, ଭଦ୍ରକରୁ ୧, ବଲାଙ୍ଗୀର ରୁ ୧୯, କଟକରୁ ୮୧, ଢେଙ୍କାନାଳରୁ ୩ ଜଗତସିଂହପୁରରୁ ୬, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୨,  କେନ୍ଦୁଝରରୁ ୬, ଖୋର୍ଦ୍ଧାରୁ ୨୬, କୋରାପୁଟରୁ ୪, ମୟୁରଭଞ୍ଜରୁ ୧୦, ପୁରୀରୁ ୧, ରାୟଗଡ଼ା ରୁ ୭୬ ସମ୍ବଲପୁରରୁ ୮ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି

ଏବେ ରାଜ୍ୟରେ ମୋଟ୍ ୫୫୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୭ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe