ଭୁବନେଶ୍ବର: ଆଜି ରାଜ୍ୟରେ ୫୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୬, ଯାଜପୁରରୁ ୪୦, ଖୋର୍ଦ୍ଧା ଓ ନୟାଗଡ଼ରୁ ୩୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ଝାରସୁଗୁଡ଼ାରୁ ୩୧, ଗଜପତିରୁ ୨୫, ଜଗତସିଂହପୁରରୁ ୧୬, ପୁରୀରୁ ୧୫, କେନ୍ଦୁଝରରୁ ୧୪, ଅନୁଗୁଳ ଓ କୋରାପୁଟରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ମୟୂରଭଞ୍ଜରୁ ୧୦, କେନ୍ଦ୍ରାପଡ଼ାରୁ ୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

publive-image image source--cdc

ଏମାନଙ୍କ ଭିତରୁ ୩୮୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ ଏବେ ରାଜ୍ୟରେ ମୋଟ୍ ୭୯୭୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୭୫ ରହିଛି।